Breaking PLUSଓଡ଼ିଶାମୁଖ୍ୟ ଖବର

ମାଲକାନଗିରି ଓ ଗଜପତିରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, 21 ଏପ୍ରିଲ- ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ମାଲକାନଗିରି ଓ ଗଜପତିରେ ସ୍କୁଲ ଛୁଟି ଘୋଷଣା ।

ମାଲକାନଗିରିରେ ଆସନ୍ତା ୪ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା ହୋଇଛି। ୨୨,୨୩, ୨୪ ଓ ୨୫ ତାରିଖରେ ଶିଶୁ ବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛୁଟି ନିର୍ଦ୍ଦେଶ ହୋଇଛି। ହେଲେ ପଞ୍ଚମ ଓ ଅଷ୍ଟମ ସପ୍ଲିମେଣ୍ଟାରୀ ପରୀକ୍ଷା ଜାରି ରହିବ। ଅନ୍ୟ ବୋର୍ଡ ପରୀକ୍ଷା ଓ ଜନଗଣନା ମଧ୍ୟ ଚାଲିବ। ଶିକ୍ଷକ ଓ କର୍ମଚାରୀଙ୍କ ପାଇଁ ସକାଳ ସାଢେ ୬ଟାରୁ ୧୦ଟା ୩୦ ଯାଏ ସ୍କୁଲ ଖୋଲା।

ଗଜପତି ଜିଲ୍ଲାରେ ସବୁ ସ୍କୁଲ୍‌ ଆସନ୍ତା ୩ ଦିନ ଛୁଟି ଘୋଷଣା କରାଯାଇଛି । ୨୨ରୁ ୨୪ ତାରିଖ ଯାଏଁ ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ପ୍ରବଳ ଖରା ଓ ହିଟ୍‌ ୱେଭକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇଛି । ଶିଶୁ ବାଟିକାରୁ ଦ୍ବାଦଶ ଶ୍ରେଣୀ ଯାଏ ସବୁ ସ୍କୁଲ ଛୁଟି ରହିବ  । ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ପରୀକ୍ଷା ଅନୁଷ୍ଠିତ ହେବ ।

ସେହିପରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲଗୁଡ଼ିକ ୨୧ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପିଲାଙ୍କ ପାଇଁ ଏହି ନିୟମ ଲାଗୁ ହେବ।

 

Show More

Related Articles

Back to top button