
ଆଫଗାନିସ୍ତାନର ରାଜଧାନୀ କାବୁଲରେ ବଡ଼ ଧରଣର ବିସ୍ପୋରଣ । ଗତକାଲି କାବୁଲର ଏକ ମସଜିଦ ନିକଟସ୍ଥ ଜନଗହଳିପୂର୍ଣ୍ଣ ସ୍ଥାନରେ ଭୟଙ୍କର ବିସ୍ଫୋରଣ ହୋଇଛି । ଘଟଣାରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୮ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ଆଶଙ୍କା କରାଯାଉଛି । ଏହି ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିଛି ଇସଲାମିକ୍ ଷ୍ଟେଟ୍ (ଆଇଏସ୍) ।
ତେବେ ମହିଳାମାନଙ୍କୁ ଟାର୍ଗେଟ କରି ଏହି ବିସ୍ଫୋରଣ କରାଯାଇଥିବା କୁହାଯାଉଛି । କାରଣ ଏହି ଘଟଣାର ଅଧିକାଂଶ ପୀଡିତ ମହିଳା ଏବଂ ଶିଶୁ ମଧ୍ୟ ଅଛନ୍ତି । ଏଥିରେ ହଜାରା ଓ ଶିୟା ଲୋକଙ୍କୁ ଟାର୍ଗେଟ କରାଯାଇଛି । ଅନ୍ୟ ଏକ ବୋମା ଇମାମ ମହମ୍ମଦ ବାକେରରେ ହୋଇଛି, ଯାହାକି କାବୁଲର ସର-ଏ-କରୀଜ ଅଞ୍ଚଳରେ ଥିବା ଜନାନା ମସଜିଦ ରହିଛି । କାବୁଲର ଯେଉଁ ଅଞ୍ଚଳରେ ବିସ୍ଫୋରଣ ହୋଇଛି, ସେଠାରେ ମୁଖ୍ୟତଃ ଶିୟା ସଂପ୍ରଦାୟର ମୁସଲମାନମାନେ ବସବାସ କରିନ୍ତି ।