Breaking PLUSଦୁର୍ଘଟଣାଦେଶ ବିଦେଶମୁଖ୍ୟ ଖବର
ଚୀନ୍ର କପଡ଼ା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୮ ମୃତ

ବେଜିଂ: ଚୀନ୍ର ଗୁଆଙ୍ଗଡୋଙ୍ଗ ପ୍ରଦେଶର ଫୋସାନ୍ ସହରରେ ଏକ କପଡ଼ା କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ରବିବାର ଅପରାହ୍ନ ପ୍ରାୟ ୩ଟାରେ ଘଟିଥିବା ଏହି ଅଗ୍ନିକାଣ୍ଡରେ ଅତି କମରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି।
ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୁଲିସ, ସ୍ଥାନୀୟ ପ୍ରଶାସନ ଓ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଅଗ୍ନିକାଣ୍ଡର ତୀବ୍ରତା ଏତେ ଅଧିକ ଥିଲା ଯେ କାରଖାନା ଭିତରେ ଥିବା କେତେକ କର୍ମଚାରୀ ବାହାରକୁ ବାହାରି ପାରିନଥିଲେ। ଫଳରେ ସେମାନଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
ଚୀନ୍ର ସରକାରୀ ଖବର ସଂସ୍ଥା ଜିନହୁଆର ରିପୋର୍ଟ ଅନୁଯାୟୀ, ସୋମବାର ମଧ୍ୟ ଘଟଣାସ୍ଥଳରେ ଉଦ୍ଧାର ଓ ଯାଞ୍ଚ କାର୍ଯ୍ୟ ଜାରି ରହିଛି। ଆହତ ବ୍ୟକ୍ତିଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଅଗ୍ନିକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୁଲିସ ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି।



