Breaking PLUSଓଡ଼ିଶାମୁଖ୍ୟ ଖବର

କାଲିଠୁ ମାଟ୍ରିକ ଖାତା ଦେଖା

କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତା ଦେଖା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ। ରାଜ୍ୟର ୫୧ ପରୀକ୍ଷା କେନ୍ଦ୍ରରେ ପ୍ରାୟ ୧୫ ହଜାର ଶିକ୍ଷକ ଖାତା ଦେଖିବେ। ଏଥିପାଇଁ ସବୁ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ବୋର୍ଡ କର୍ତ୍ତୃପକ୍ଷ ଚିଠି ଲେଖିଛନ୍ତି। ଏପ୍ରିଲ ୨ ତାରିଖ ସୁଦ୍ଧା ଅର୍ଥାତ ୧୫ଦିନ ମଧ୍ୟରେ ଖାତାଦେଖା ସାରିବାକୁ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟ ପରୀକ୍ଷକ, ଉପ ମୁଖ୍ୟ ପରୀକ୍ଷକ, ସହକାରୀ ନିରୀକ୍ଷକଙ୍କ ସମେତ ନିୟୋଜିତ ଥିବା ପ୍ରତ୍ୟେକ ଅଧିକାରୀ ଓ କର୍ମଚାରୀ ବୁଧବାର ମଧ୍ୟାହ୍ନ ୧୨ଟା ୩୦ ମିନିଟ୍‌ ସୁଦ୍ଧା କେନ୍ଦ୍ରରେ ପହଞ୍ଚିବାକୁ ନିର୍ଦେଶ ଦିଆଯାଇଛି। ମୂଲ୍ୟାୟନ ପୂର୍ବରୁ ଅର୍ଥାତ୍‌ ପ୍ରତ୍ୟେକ ଦିନ ପୂର୍ବାହ୍ଣ ୧୦ଟା ସୁଦ୍ଧା କେନ୍ଦ୍ରରେ ପହଞ୍ଚିବେ। କ୍ୟାମ୍ପ ଅଧିକାରୀ ଓ କର୍ମଚାରୀ ସକାଳ ୯ଟା ୩୦ ସୁଦ୍ଧା କେନ୍ଦ୍ରରେ ପହଞ୍ଚିବାକୁ କୁହାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button