Breaking PLUSଓଡ଼ିଶାମୁଖ୍ୟ ଖବର
ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର- ଆଜି ଠାରୁ ଆରମ୍ଭ ହୋଇଛି ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇଛି। ଏଥିଲାଗି ସକାଳ ସାଢ଼େ ୭ଟା ବେଳୁ ପରୀକ୍ଷାକେନ୍ଦ୍ର ସମ୍ମୁଖରେ ଅଭିଭାବକ, ଛାତ୍ରଛାତ୍ରୀ ଓ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ଉପସ୍ଥିତ ଥିବା ଦେଖିବାକୁ ମିଳିଛି। ମାଟ୍ରିକ୍ ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ୧୧ଟା ୩୦ମିନିଟରେ ସରିବ।