Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ପାସ୍‌ ହାର ୯୫.୩୩ ପ୍ରତିଶତ

୫ ଲକ୍ଷ ୧୯ ହଜାର ୨୫୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, 2 ମେ- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି। ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ବିଧିବଦ୍ଧ ଭାବେ ରେଜଲ୍ଟ ପୁସ୍ତକ ଉନ୍ମୋଚନ କରିଛନ୍ତି।

ଚଳିତ ବର୍ଷ ପାସ୍‌ ହାର ୯୫.୩୩ ପ୍ରତିଶତ ରହିଛି। ଏଥର ମୋଟ୍‌ ୫ ଲକ୍ଷ ୧୯ ହଜାର ୨୫୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେଥିମଧ୍ୟରୁ A1ରେ ୨୪୫୬ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବାବେଳେ A2ରେ ୧୫,୬୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। B1ରେ ୪୩,୫୬୫ ପରୀକ୍ଷାର୍ଥୀ, B2ରେ ୮୬,୧୦୩ ପରୀକ୍ଷାର୍ଥ, Cରେ ୧,୨୯,୮୦୩ ପରୀକ୍ଷାର୍ଥୀ, Dରେ ୧,୪୬,୧୫୨ ପରୀକ୍ଷାର୍ଥୀ ଏବଂ Eରେ ୯୫,୪୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି।

ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ପାସ୍ ହାର ୫୯.୮୨%ରହିଛି। ୧୦,୦୪୩ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୭୪୦୫ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି।

ବୋର୍ଡ ଓ୍ବେବ ସାଇଟ୍‌ www.bseodisha.ac.in ଓ www.bseodisha.nic.inରେ ପରୀକ୍ଷାର୍ଥୀମାନେ ସେମାନଙ୍କ ରୋଲ ନମ୍ବର ଜରିଆରେ ପରୀକ୍ଷା ଫଳ ଦେଖିପାରିବେ। ପ୍ରଥମଥର ଛାତ୍ରୀଛାତ୍ରଙ୍କୁ ଉଭୟ ଓଡ଼ିଆ ଓ ଇଂରାଜୀରେ ମାଟ୍ରିକ୍‌ ସାର୍ଟିଫିକେଟ୍ ଉପଲବ୍ଧ ହେବ।

Show More

Related Articles

Back to top button