Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଶୀତଳ ଭଣ୍ଡାର ଖୋଲିବା ନେଇ ବୈଠକ
ଭୁବନେଶ୍ୱର- ଆଜି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୀତଳ ଭଣ୍ଡାର ଖୋଲିବା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । କୃଷି ଭବନ ବୋର୍ଡ ରୁମ୍ରେ ଆୟୋଜିତ ଏହି ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ସମବାୟ କମିଶନର ତଥା ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ ପ୍ରମୁଖ ଯୋଗଦେଇଥିଲେ ।
ଏହି ବୈଠକରେ ଫଳ, ପନିପରିବା ଓ ଦୁଗ୍ଧ ତଥା ଦୁଗ୍ଧଜାତ ଦ୍ରବ୍ୟର ସଂରକ୍ଷଣ ନିମନ୍ତେ ରାଜ୍ୟର ସମସ୍ତ ଜିଲା ତଥା ସବ୍ଡିଭିଜନ୍ରେ ଶୀତଳ ଭଣ୍ଡାର ଖୋଲାଯିବା ଉପରେ ଆଲୋଚନା ହୋଇଥିଲା।