Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଆଜିଠୁ ସକାଳୁଆ ସ୍କୁଲ

ଆଜିଠୁ ସକାଳୁଆ ସ୍କୁଲ । ସକାଳ ୬ଟା ୩୦ରୁ କ୍ଲାସ ଆରମ୍ଭ ହୋଇ ୧୦ଟା ୩୦ରେ ସରିବ । ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ଏହି ନିୟମ ଲାଗୁ ହେବ । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ୍ ସମୟ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ଗତକାଲି ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି ।