
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ମୁମ୍ବାଇସ୍ଥିତ ଓଡିଶା ଭବନର ସଂପ୍ରସାରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ ,ବିଭିନ୍ନ କାର୍ଯ୍ୟରେ ମୁମ୍ବାଇ ଆସୁଥିବା ସରକାରୀ ଅଧିକାରୀ ଓ ଜନସାଧାରଣଙ୍କୁ ମୁମ୍ବାଇ ଭଳି ମେଟ୍ରୋ ସହରରେ ସୁଲଭ ମୂଲ୍ୟରେ ରହଣି ଯୋଗାଇଦେବା ଉଦ୍ଦେଶ୍ୟରେ ଓଡିଶା ଭବନ, ମୁମ୍ବାଇ କାର୍ଯ୍ୟକରୁଛି । ଏହି ଭବନରେ ୨୮ ଗୋଟି ଏସି ରୁମ ଓ ୪ ଟି ଏସି ଡର୍ମିଟୋରୀ ରହିଛି । ଏହି ସବୁ ରୁମ ମଧ୍ୟରୁ ୧୬ ଗୋଟି ୨ ଶଯ୍ୟା ବିଶିଷ୍ଟ ଏସି ରୁମ ଓ ୨ ଟି ଏସି ଡର୍ମିଟୋରୀ ମୁମ୍ବାଇରେ କ୍ୟାନ୍ସର ଭଳି ଦୂରାରୋଗ୍ୟ ବ୍ୟାଧିର ଚିକିତ୍ସା ନିମନ୍ତେ ଆସୁଥିବା ଓଡିଆ ଲୋକଙ୍କ ପାଇଁ ଉଦ୍ଦିଷ୍ଟ ରହିଛି ।ସରକାରଙ୍କ ତରଫରୁ ରିହାତି ମୂଲ୍ୟରେ ଯୋଗାଇ ଦିଆଯାଉଥିବା ଏହି ରହଣି ସୁବିଧା ଦ୍ୱାରା ଓଡିଶାର ଆର୍ଥିକ ଦୁର୍ବଳ ଶ୍ରେଣୀର ରୋଗୀମାନେ ବିଶେଷଭାବେ ଉପକୃତ ହୋଇ ଆସୁଛନ୍ତି । ତେବେ ମୁମ୍ବାଇ ଓଡିଶା ଭବନରେ ରୋଗୀମାନଙ୍କ ପାଇଁ ଅଧିକ ରୁମର ବ୍ୟବସ୍ଥା କରିବାକୁ ଓଡିଶାର ଜନସାଧାରଣ ତଥା ମୁମ୍ବାଇସ୍ଥିତ ବିଭିନ୍ନ ଓଡିଆ ସଂଗଠନ ତରଫରୁ ଦୀର୍ଘ ଦିନ ଧରି ଦାବି ହୋଇ ଆସୁଥିଲା । ସେମାନଙ୍କର ଦାବୀକୁ ସମ୍ମାନ ଜଣାଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ଏହି ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ।