Breaking PLUSଓଡ଼ିଶାମୁଖ୍ୟ ଖବର

ନାମ ଫଳକ ଓଡ଼ିଆ ଭାଷାରେ ନିର୍ଭୁଲ ଏବଂ ସ୍ପଷ୍ଟ ଭାବେ ଲେଖିବା ବାଧ୍ୟତାମୂଳକ

ଭୁବନେଶ୍ୱର- ଏଣିକି ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନର ନାମ ଫଳକ ଓଡ଼ିଆ ଭାଷାରେ ନିର୍ଭୁଲ ଏବଂ ସ୍ପଷ୍ଟ ଭାବେ ଲେଖିବା  ବାଧ୍ୟତା ମୂଳକ ହୋଇଛି। ଯଦି ନ ଲେଖିବେ ତେବେ ଆଇନର ଧାରା ୩୫ ଅନୁଯାୟୀ ଦଣ୍ଡିତ ହେବେ। ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଦ୍ୱାରା ଏହାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ କୁହାଯାଇଛି।

ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଆଇନ ଅନୁଯାୟୀ ଏହା ବାଧ୍ୟତାମୂଳ। ଯଦି କୌଣସି ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନ ଓଡ଼ିଆରେ ନାମଫଳକ ନଲେଖନ୍ତି, ତେବେ ସେହି ପ୍ରତିଷ୍ଠାନର ମାଲିକଙ୍କୁ ପ୍ରଥମଥର ନିୟମ ଉଲଂଘନ ପାଇଁ ଅତିକମ୍ ରେ ୫ ହଜାର ଟଙ୍କାରୁ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ।

ସେହିପରି ଦ୍ୱିତୀୟ କିମ୍ବା ପରବର୍ତ୍ତୀ ଥର ଉଲଂଘନ ପାଇଁ ଅତିକମ୍ ରେ ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ଯଦି କୌଣସି ପ୍ରତିଷ୍ଠାନରେ ଏହିଭଳି ନାମ ଫଳକ ସ୍ପଷ୍ଟ ଭାବେ ଲେଖା ହୋଇନଥିବା ଆପଣଙ୍କ ଦୃଷ୍ଟିକୁ ଆସେ, ତେବେ ତୁରନ୍ତ ସ୍ଥାନୀୟ ଶ୍ରମ ଅଧିକାରୀ କିମ୍ବା ନିକଟରୁ ଶ୍ରମ କାର୍ଯ୍ୟାଳୟରେ ଅଭିଯୋଗ ଦାଖଲ କରିବା ପାଇଁ ବିଭାଗ ପକ୍ଷରୁ କୁହାଯାଇଛି।

Show More

Related Articles

Back to top button