Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଜୁନ 9ରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ-ପାଣ୍ଡିଆନ

ଭୁବନେଶ୍ୱର- ଜୁନ୍ ୯ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଇତିହାସ ରଚିବେ । ସୋମବାର ଭବାନୀପାଟଣା ମଞ୍ଚରୁ କିଛି ଏଭଳି ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ।

ସକାଳେ ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କଥା କହିଥିଲା ବେଳେ ପାଣ୍ଡିଆନଙ୍କ ଏହି ବୟାନକୁ ନେଇ ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି । କୁହାଯାଉଛି ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶପଥ ଗ୍ରହଣ ତାରିଖ କହି ପାଣ୍ଡିଆନ ମାଷ୍ଟରଷ୍ଟ୍ରୋକ ମାରିଛନ୍ତି।

ଏହି ଅବସରରେ ପାଣ୍ଡିଆନ କହିଛନ୍ତି, ଓଡ଼ିଶାରେ ନବୀନ ସରକାରଙ୍କର କୌଣସି ଯୋଜନା ବନ୍ଦ ହେବନି । ଗରିବ ଲୋକଙ୍କୁ ସଶକ୍ତ କରୁଥିବା ଯୋଜନାକୁ ଓଡ଼ିଶାରେ କେହି ବନ୍ଦ କରିପାରିବେନି ବୋଲି ପାଣ୍ଡିଆନ କହିଛନ୍ତି।

Show More

Related Articles

Back to top button