Breaking PLUSଓଡ଼ିଶାମୁଖ୍ୟ ଖବର

ଜଗତସିଂହପୁରରେ ବିଜେଡି କର୍ମୀ ରଶ୍ମିତା ପରିଜାଙ୍କୁ ଆକ୍ରମଣର ନିନ୍ଦା କଲେ ନବୀନ

ଭୁବନେଶ୍ୱର-  ଜଗତସିଂହପୁରରେ ବିଜେଡି କର୍ମୀ ରଶ୍ମିତା ପରିଜାଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ।

ନବୀନ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି ଲେଖିଛନ୍ତି, ରଶ୍ମିତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ଦୃଢ଼ ନିନ୍ଦା କରୁଛି। ମହିଳାଙ୍କ ଉପରେ ବଢ଼ୁଥିବା  ଏପରି ଘଟଣା କଦାପି ଗ୍ରହଣୀୟ ନୁହେଁ। ଶାନ୍ତିପ୍ରିୟ ଓଡ଼ିଶାରେ ଅଶାନ୍ତିର ଏ ବାତାବରଣ ଜନମାନସକୁ ଆତଙ୍କିତ କରୁଛି। ଅସାମାଜିକ ବ୍ୟକ୍ତି ଅପରାଧ ଘଟାଇବାକୁ ଭୟ କରୁନାହାନ୍ତି। ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ସରକାର ଦୋଷୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆଇନ ବ୍ୟବସ୍ଥା ଉପରେ ଲୋକଙ୍କ ଆସ୍ଥା ବଜାୟ ରଖନ୍ତୁ ବୋଲି ନବୀନ କହିଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button