ଓଡ଼ିଶାରାଜନୀତିସ୍ୱତନ୍ତ୍ର

NDA ରାଷ୍ଟ୍ରପତି ପ୍ରାର୍ଥୀନି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ବର: ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ । ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀନି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାକୁ ନେଇ ସେ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ବିଟ୍‌ କରି କହିଛନ୍ତି ଯେ, “ରାଷ୍ଟ୍ରପତି ପ୍ରାର୍ଥୀନି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହୋଇ ତାଙ୍କୁ ନିର୍ବାଚନ ପାଇଁ ଶୁଭେଚ୍ଛା ଜଣାଇଲି ।

ଆହୁରି ମଧ୍ୟ ସେ କହିଛନ୍ତି ,  ଓଡିଶାବାସୀଙ୍କ ପାଇଁ ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ରପତି ପ୍ରାର୍ଥୀତ୍ବ ଗର୍ବ ଏବଂ ଗୌରବର ବିଷୟ ଅଟେ । ଓଡ଼ିଶାରୁ ସମସ୍ତ ଭୋଟ ପାଇବେ ବୋଲି ମୁଁ ଆଶା କରୁଛି । ତେବେ ନାମାଙ୍କନ ଦାଖଲ କରିବା ପୂର୍ବରୁ ବିରୋଧୀ ନେତାମାନଙ୍କୁ ଫୋନ୍‌ କରି ସମର୍ଥନ ଲୋଡିଥିଲେ ଦ୍ରୌପଦୀ ମୁର୍ମୁ । ଦ୍ରୌପଦୀ ପ୍ରଥମେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ , ଏନସିପି ମୁଖ୍ୟ ଶରଦ ପାୱର , ଏନସି ମୁଖ୍ୟ ଫାରୁକ ଅବଦୁଲ୍ଲା ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରମୁଖଙ୍କୁ ଫୋନ୍‌ କରି ତାଙ୍କୁ ସମର୍ଥନ କରିବାକୁ ଅନୁରୋଧ କରିଥିଲେ ।

Show More

Related Articles

Back to top button