Breaking PLUSଓଡ଼ିଶାମୁଖ୍ୟ ଖବର
ବାତ୍ୟା ପ୍ରଭାବିତ ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ ବାହାରିଲେ ଏନ୍ଡିଆର୍ଏଫ୍ ଟିମ୍

ଭୁବନେଶ୍ୱର- ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ୍ କମିଶନର ଦେଓରଞ୍ଜନ କୁମାର ସିଂ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ବାତ୍ୟା ପ୍ରସ୍ତୁତି ସଂପର୍କରେ ବିଶଦ ଭାବେ ଆଲୋଚନା କରିଛନ୍ତି। ସମ୍ଭାବ୍ୟ ବାତ୍ୟା ‘ମନ୍ଥା’ର ମୁକାବିଲା ପାଇଁ ୮ ଜିଲାରେ ୧୨୮ଟି ଓଡ୍ରାଫ୍, ଏନ୍ଡିଆର୍ଏଫ୍ ଓ ଅଗ୍ନିଶମ ବାହିନୀ ମୁତୟନ କରାଯାଇଛି।
ମୁଣ୍ଡଳିରୁ ବାହାରିଲେ NDRFର ଆଉ ୫ଟି ଟିମ୍ । ବାତ୍ୟା ପ୍ରଭାବିତ ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ ବାହାରିଲେ । ମାଲକାନଗିରି, କୋରାପୁଟ, ଗଜପତି, କନ୍ଧମାଳ, ରାୟଗଡ଼ାକୁ ଗଲେ ।



