ଶେଷ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୪୨ କରୋନା ସଂକ୍ରମିତ

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ୨୪୨ ଜଣ କରୋନା ସଂକ୍ରମିତ । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ବୟସରୁ କମ୍ ବର୍ଗର ୪୫ ଜଣ ରହିଛନ୍ତି । ଆଜିର ସଂକ୍ରମିତଙ୍କ ମଧ୍ୟରୁ ୧୪୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୧ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୬ ହଜାର ୫୫୯ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୩୫୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୫ ହଜାର ୬୧୩ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୩ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୩୮୯ ଜଣଙ୍କର କରୋନାରେ ମୃତ୍ୟୁ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୫୦୪ ରହିଛି ।
7. Jajpur: 5
8. Jharsuguda: 1
9. Kalahandi: 1
10. Kendrapada: 4
11. Khurda: 120
12. Koraput: 2
13. Malkangiri: 2
14. Mayurbhanj: 24
15. Nayagarh: 2
16. Nuapada: 1
17. Puri: 4
18. Sambalpur: 7
19. Sundargarh: 4
20. State Pool: 28— I & PR Department, Odisha (@IPR_Odisha) November 19, 2021