Breaking PLUSଓଡ଼ିଶାମୁଖ୍ୟ ଖବର
ସମଲେଇଙ୍କ ପୀଠରେ ପହଂଚିଲା ନୂଆ ଧାନ
ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଇଙ୍କ ପୀଠରେ ପହଂଚିଲା ନୂଆ ଧାନ ବା ସରିଆ ଧାନ। ମା ଙ୍କଠାରେ ଲାଗି ହେବାକୁ ଥିବା ନବାନ୍ନ ପାଇଁ ଏହି ନୂଆ ସରିଆ ଧାନ ବଲବସପୁର ଅଂଚଳର ସୁବାଷ ବେହେରା ଓ ତାଙ୍କ ପରିବାର ମୁଖ୍ୟ ପୂଜକଙ୍କୁ ପ୍ରଦାନ କରିଛନ୍ତି । ଏହି ନୂଆ ଧାନକୁ ଗଣେଷ ପୂଜା ଦିନ ପୂଜକଙ୍କ ପରିବାର ଯତ୍ନ ସହକାରେ ସଫା କରିବେ । ଏହା ପରେ କେଣ୍ଡାରୁ ଧାନ ଅଲଗା କରି ତାକୁ ଭାଜି ଚାଉଳ ବାହାର କରିବେ। ପରେ ଗୁଡ ଓ ଘିଅ ଦେଇ ନବାନ୍ନ ପ୍ରସ୍ତୁତ କରିବେ। ତେବେ ୬୦ ଦିନରେ ଉତ୍ପାଦନ ହେଉଥିବା ଧାନ ପାଇଁ ସୁବାଷ ବେହେରାଙ୍କ ପରିବାର ବହୁ ପୂର୍ବରୁ ଚାଷରେ ଲାଗି ପଡିଥାନ୍ତି। ୬ ବର୍ଷ ହେଲା ସୁବାଷ ବେହେରାଙ୍କ ପରିବାର ଏହି ଧାନ ଯୋଗାଇ ଆସୁଛନ୍ତି।