Breaking PLUSଓଡ଼ିଶାମୁଖ୍ୟ ଖବର

ସମବାୟ ଭବନରେ ୭୧ ତମ ‘ନିଖିଳ ଭାରତ ସମବାୟ ସପ୍ତାହ ପାଳନ’

ଭୁବନେଶ୍ୱର: ବିଜେପି ପକ୍ଷରୁ ଆୟୋଜିତ ସମବାୟ ସପ୍ତାହ ପାଳନ ଉତ୍ସବରେ ଦୁର୍ନୀତିଖୋରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚେତାବନୀ ଦେଇଛନ୍ତି। ଚାଷୀଙ୍କ ସ୍ୱାର୍ଥରେ ବାଧା ଆସିଲେ କ୍ଷମା ଦିଆଯିବ ନାହିଁ, ସିଧା ଜେଲ୍ ପଠାଯିବ। ସମବାୟ ଆନ୍ଦୋଳନକୁ ତୃଣମୂଳସ୍ତରରେ ପହଞ୍ଚାଇବା ପାଇଁ ସରକାର ଚେଷ୍ଟିତ ଅଛନ୍ତି। ଯିଏ ସେଥିରେ ବିଭ୍ରାଟ ସୃଷ୍ଟି କରିବେ ସେମାନଙ୍କ ଉପରେ ସରକାରଙ୍କ କଡ଼ା ନଜର ରହିଛି । ଆବଶ୍ୟକ ପଡିଲେ ଝାରପଡ଼ା ଜେଲ୍‌ରେ ବ୍ୟବସ୍ଥା ତାଙ୍କ ପାଇଁ ଅଛି ବୋଲି ମୁଖ୍ୟମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ସେ କହିଛନ୍ତି ଯେ,ଚାଷୀଙ୍କ ସ୍ୱାର୍ଥରେ ବାଧା ଆସିଲେ କ୍ଷମା ନାହିଁ, ଜେଲ ପଠାଯିବ । ଗତ ସରକାରରେ ଚାଷୀଙ୍କୁ ଅନ୍ୟାୟ ଓ ଶୋଷଣ କରାଯାଇଛି । କୋପରେଟିଭ ସଂସ୍ଥାକୁ କରପସନ ସଂସ୍ଥାରେ ପରିଣତ କରିଥିଲେ ପୂର୍ବ ବିଜେଡ଼ି ସରକାର। ଯେଉଁ ଦୁର୍ନୀତି ଓ ଭ୍ରଷ୍ଟାଚାର ହୋଇଥିଲା । କେମିତି ଦୁର୍ନୀତି ଯୁକ୍ତ ବିଭାଗରୁ ଦୁର୍ନୀତି ବନ୍ଦ କରି ସେବା ଦିଆଯିବ, ତା ଉପରେ ବିଜେପି ସରକାର ଗୁରୁତ୍ବ ଦେଉଛନ୍ତି । ଢୋଲ ଭିତରେ ମୂଷା ଭଳି କିଛି ଲୋକ ବିଶୃଙ୍ଖଳା କରିବା ପାଇଁ ଅଛନ୍ତି । ଯେଉଁ ମାନେ ଦୁର୍ନୀତି କରିବେ ସେମାନଙ୍କୁ ସରକାର ଚିହ୍ନଟ କରିବେ । ଚାଷୀଙ୍କ ସ୍ୱାର୍ଥରେ ବାଧା ଦେଲେ କ୍ଷମା ନୁହେଁ, ଜେଲ ପଠାଯିବ । ପୂର୍ବ ସରକାର ଭୋଟ ବ୍ୟାଙ୍କ୍ ପାଇଁ ଚାଷୀଙ୍କୁ ଧାନ ଏମଏସପି ଉପରେ 100 ଟଙ୍କା ବୋନସ ଘୋଷଣା କରିଥିଲେ । କିନ୍ତୁ ଚାଷୀଙ୍କୁ ଗୋଟିଏ ଟଙ୍କା ବୋନସ ଦେଲେ ନାହିଁ । ବିଜେପି ସରକାର ଚାଷୀଙ୍କୁ 800 ଟଙ୍କା ବୋନସ ଦେବେ । 2300 ଟଙ୍କା ସର୍ବନିମ୍ନ ସହାୟକ ମୂଲ୍ୟ ଚାଷୀ ପାଇବେ, ଏହାସହ 800 ଟଙ୍କା ଇନପୁଟ ସବସିଡି ଦେବ ବିଜେପି ସରକାର । ଡିସେମ୍ବର 8 ତାରିଖରେ ସୋହେଲାରେ 50 ହାଜର ଚାଷୀ ଏକାଠି ହେବେ । ଏଥର କଟନୀ ଛଟନୀ ହେବ ନାହିଁ, ବନ୍ଦ ହେବ । ସେଥିପାଇଁ ଚାଷୀ ମାନେ ଏଫଏକ୍ୟୁ ମାନର ଧାନ ଦେବେ । ଧାନ କିଣାରେ ଯେମିତି କିଛି ବ୍ୟତିକ୍ରମ ନହେବ, ଏଥିପାଇଁ  ଜିଲ୍ଲାପାଳ ମାନଙ୍କୁ ତାଗିଦ ଏବଂ ନିର୍ଦ୍ଦେଶ ଦିଆଯାଇଛି ।

 

Show More

Related Articles

Leave a Reply

Your email address will not be published. Required fields are marked *

Back to top button