Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ନୂଆପଡ଼ାରେ ବିଜେପିର ଶକ୍ତି ପ୍ରଦର୍ଶନ

ଭୁବନେଶ୍ୱର- ନୂଆପଡ଼ାରେ ବିଜେପିର ଶକ୍ତି ପ୍ରଦର୍ଶନ । ମୁଖ୍ୟମନ୍ତ୍ରୀ, ସଭାପତି ସାମିଲ୍‌ ହୋଇଛନ୍ତି । ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଓ ମନ୍ତ୍ରିପରିଷଦର ଏକାଧିକ ମନ୍ତ୍ରୀ ଉପସ୍ଥିତ ଅଛନ୍ତି । ବିଜେପିରେ ସାମିଲ ହୋଇଥିବା ଲମ୍ବୋଦର ନିଆଲ ମଧ୍ୟ ଉପସ୍ଥିତ । ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପତ୍ନୀ ମଧ୍ୟ ସଭାମଞ୍ଚରେ ବସିଲେ । ପ୍ରାର୍ଥୀ ଜୟ ଢୋଲକିଆଙ୍କ ବିଜୟ ପାଇଁ ନେଲେ ସଂକଳ୍ପ ।

ନୂଆପଡାରେ ବିଜେପିର ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଉପନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇ ଦଳୀୟ ପ୍ରାର୍ଥୀ ଜୟ ଢୋଲକିଆଙ୍କ ଲାଗି ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ନୂଆପଡା ବିକାଶ ଦାୟିତ୍ୱ ମୋର, କଥା ଦେଇ କଥା ରଖିବୁ । ନୂଆପଡା ଇତିହାସରେ ନୂଆ ଫର୍ଦ୍ଦ ଯୋଡି ହେବାକୁ ଯାଉଛି । ଏବେଠାରୁ ନୂଆପଡାବାସୀ ଦେଖିବେ ଡବଲ ଇଞ୍ଜିନ ସରକାରର ବିକାଶ । ପୂର୍ବ ସରକାରରେ ମୁଖ୍ୟମନ୍ତ୍ରୀ ଉପନିର୍ବାଚନ ବେଳେ କଥା ଦେଇ ରଖୁନଥିଲେ । ମାତ୍ର ମୁଁ ଏହାରି ଭିତରେ ନୂଆପଡା ପାଇଁ ୧୧ଶହ କୋଟିର ପ୍ରକଳ୍ପ ଘୋଷଣା କରିଛି । ଜୟଙ୍କ ପ୍ରତି ବିଜେଡି ନେତାଙ୍କ ବ୍ୟକ୍ତିଗତ ଆରୋପ ଗ୍ରହଣୀୟ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button