ଓଡ଼ିଶାମନୋରଞ୍ଜନମୁଖ୍ୟ ଖବର

ଅଭିନେତା ମିହିର ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ହସ୍ପିଟାଲରେ ଭର୍ତ୍ତି

ବରିଷ୍ଠ ଅଭିନେତା ମିହିର ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି । ସେ ଏବେ କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି । ପୂର୍ବରୁ କିଡ୍‌ନୀ ରୋଗରେ ଆକ୍ରାନ୍ତ ମିହିର ଦାସଙ୍କୁ ଗତ ୭ ତାରିଖରେ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା । ମିହିର ଦାସ ୧୯୭୯ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ । ୧୯୬୬ ଫେବ୍ରୁଆରୀ ୨ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମ ହୋଇଥିଲେ ମିହିର । ସେ ପ୍ରାୟ ୧୫୦ଟିରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି ।

ତାଙ୍କ ଅଭିନୀତ ଲୋକପ୍ରିୟ ଚଳଚ୍ଚିତ୍ର ମଧ୍ୟରେ ‘ଲକ୍ଷ୍ମୀ ପ୍ରତିମା’, ‘ପୁଅ ମୋର ଭୋଳା ଶଙ୍କର’,‘ଟାର୍ଗେଟ୍‌’, ‘ଗୁଣ୍ଡା’, ‘ମାଇଁ ଲଭ୍‌ ଷ୍ଟୋରୀ’, ‘ପହିଲି ରାଜା’, ‘ଚୋରି ଚାରି ମନ ଚୋରି’, ‘ବାଜି’, ‘ଧଉଳି ଏକ୍ସପ୍ରେସ୍‌’ ଅନ୍ୟତମ । ଅଭିନୟ ପାଇଁ ଏକାଧିକ ପୁରସ୍କାର ପାଇଛନ୍ତି ସେ । ୧୯୯୯ରେ ‘ବିଧାତା’ ଓ ୨୦୦୫ରେ ‘ଫେରିଆ ମୋ’ ସୁନା ଭଉଣୀ’ ଚଳଚ୍ଚିତ୍ର ପାଇଁ ତାଙ୍କୁ ଶ୍ରେଷ୍ଠ କଳାକାର ସମ୍ମାନ ମିଳିଥିଲା । ତାଙ୍କୁ ଅସୁସ୍ଥତା ଖବର ପାଇଁ ପ୍ରଶଂସକମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Show More

Related Articles

Back to top button