ଚାଇନାରେ ଚମକିଲେ ଓଡ଼ିଆ ପୁଅ
ଚାଇନାରେ ଅନୁଷ୍ଠିତ ହେଉଥିବା ଏସିଆନ୍ ଗେମ୍ସରେ ଚମକିଛନ୍ତି ଓଡ଼ିଆ ପୁଅ କିଶୋର ଜେନା। ସେ ଜାଭେଲିନ୍ ଥ୍ରୋରେ ରୌପ୍ୟ ପଦକ ଜିତି ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି। ସେ ତାଙ୍କ କ୍ୟାରିୟରରେ ସବୁଠୁ ଭଲ ପ୍ରଦର୍ଶନ କରିଛନ୍ତି। କିଶୋର ୮୭.୫୪ ମିଟର ଦୂରତାକୁ ଜାଭେଲିନ୍ ଫିଙ୍ଗି ରେକର୍ଡ କରିଛନ୍ତି।
ତାଙ୍କର ଏହି ଅପୂର୍ବ ସଫଳତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି କିଶୋରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହିତ କିଶୋରଙ୍କୁ ରାଜ୍ୟ ଏବଂ ଦେଶର ବିଭିନ୍ନ ସ୍ଥାନରୁ ଶୁଭେଚ୍ଛାର ସୁଅ ଛୁଟିଛି।
କିଶୋର ତାଙ୍କ କ୍ୟାରିୟରରେ ସବୁଠୁ ଭଲ ପ୍ରଦର୍ଶନ କରିଛନ୍ତି। କିଶୋର ୮୭.୫୪ ମିଟର ଦୂରତାକୁ ଜାଭେଲିନ୍ ଫିଙ୍ଗି ରେକର୍ଡ କରିଛନ୍ତି। କିଶୋରଙ୍କ ଏହି ସଫଳତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପାଇଁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। କିଶୋରଙ୍କୁୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇବା ସହ ତାଙ୍କ ସଫଳତା ଉଭୟ ରାଜ୍ୟ ଓ ଦେଶ ପାଇଁ ଏକ ଐତିହାସିକ ମୁହୂର୍ତ୍ତ। ଦେଶର କ୍ରୀଡ଼ା ଇତିହାସରେ ଏହା ସ୍ମରଣୀୟ ହୋଇ ରହିବ। ଏହି ପୁରସ୍କାର ତାଙ୍କର ସୁନ୍ଦର ପ୍ରଦର୍ଶନ, ତାଙ୍କ ଦୃଢ଼ତା ଓ ସଂକଳ୍ପକୁ ଶ୍ରେୟ ଦେଉଛି ବୋଲି କହିଛନ୍ତି। କିଶୋରଙ୍କ ବିଜୟ କେବଳ ତାଙ୍କର ବ୍ୟକ୍ତିଗତ ଉତ୍କର୍ଷତାକୁ ଦର୍ଶାଉନାହିଁ ବରଂ ସମଗ୍ର ଦେଶରେ ଉଦୀୟମାନ କ୍ରୀଡ଼ା ପାଇଁ ସେ ପ୍ରେରଣା ପାଲଟିଛନ୍ତି। ଆସନ୍ତାବର୍ଷ ହେବାକୁ ଥିବା ପ୍ୟାରିସ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ତାଙ୍କୁ ସବୁପ୍ରକାରର ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।
କିଶୋରଙ୍କ ଘର ପୁରୀ ଜିଲାର କୋଠାସାହିରେ ହୋଇଥିବା ବେଳେ ତାଙ୍କ ବାପା ଜଣେ କୃଷକ। କିଶୋର ୬ ଭଉଣୀରେ ଗୋଟିଏ ଭାଇ। ୬ ସେପ୍ଟେମ୍ବର ୧୯୯୫ରେ ଜନ୍ମଗ୍ରହଣ କରିଥିବା କିଶୋର ଜାଭେଲିନ ଥ୍ରୋରେ ସାରା ବିଶ୍ୱରେ ଟ୍ରାକ୍ ଏବଂ ଫିଲ୍ଡ ଇଭେଣ୍ଟରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି।