Breaking PLUSଓଡ଼ିଶାମୁଖ୍ୟ ଖବର
ବର୍ଷରେ ଓଡ଼ିଶା ଆସିଲେଣି ୧.୩୩ ଲକ୍ଷ ବିଦେଶୀ ପର୍ଯ୍ୟଟକ

ଭୁବନେଶ୍ୱର- ଓଡ଼ିଶାରେ ବଢୁଛି ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା । ୫ ବର୍ଷରେ ଓଡ଼ିଶା ଆସିଲେଣି ୧.୩୩ ଲକ୍ଷ ବିଦେଶୀ ପର୍ଯ୍ୟଟକ । ୨୦୨୦ରେ ୧୦ ହଜାର ୨୦୬ ପର୍ଯ୍ୟଟକ ଓଡ଼ିଶା ଆସିଥିଲେ । ୨୦୨୧ ରେ ଆସିଥିଲେ ୨୨୬୯ ବିଦେଶୀ ପର୍ଯ୍ୟଟକ । ୨୦୨୨ରେ ୨୨ ହଜାର ୧୭୨ ବିଦେଶୀ ପର୍ଯ୍ୟଟକ ଆସିଥିଲେ । ୨୦୨୩ରେ ୪୫ ହଜାର ୧୭୩ ବିଦେଶୀ ପର୍ଯ୍ୟଟକ ଆସିଥିଲେ । ୨୦୨୪ରେ ୫୩ ହଜାର ୩୯୨ ବିଦେଶୀ ପର୍ଯ୍ୟଟକ ଆସିଛନ୍ତି । ସର୍ବାଧିକ ୪ ହଜାର ୪୨୩ ଜାପାନ ପର୍ଯ୍ୟଟକ ଓଡ଼ିଶା ଆସିଛନ୍ତି । ଦ୍ୱିତୀୟରେ ୩ ହାଜର ୮୩୦ ଇଟାଲୀ ପର୍ଯ୍ୟଟକ ଓଡ଼ିଶା ଆସିଛନ୍ତି । ଜର୍ମାନୀରୁ ୩୭୨୨, ୟୁକେରୁ ୩୭୧୫, ପ୍ରାନ୍ସରୁ ୩୦୦୮ ପର୍ଯ୍ୟଟକ ଆସିଛନ୍ତି । ଗୃହରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଲିଖିତ ଉତ୍ତର ରଖିଛନ୍ତି ।



