Breaking PLUSଓଡ଼ିଶାମୁଖ୍ୟ ଖବର

ଅକ୍ଟୋବରରେ ପୁଣି ବାତ୍ୟା ଡର

ଭୁବନେଶ୍ୱର-  ଲଘୁଚାପ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ତାମିଲନାଡୁ, ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ପରବର୍ତ୍ତୀ ସମୟରେ ଉତ୍ତର ତାମିଲନାଡୁ, ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଆସିବ। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୫ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପାଣିପାଗ ବିଶେଷଜ୍ଞ କହୁଛନ୍ତି।

Show More

Related Articles

Back to top button