Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ନିଯୁକ୍ତ ପାଇବେ 16009 କନିଷ୍ଠ ଶିକ୍ଷକ

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ୧୬,୦୦୯ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ (ଯୋଜନାଭିତ୍ତିକ) ନିଯୁକ୍ତ ହେବାକୁ ଯାଉଛନ୍ତି। ଆଜି( ଶନିବାର) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ। ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମଠାରେ ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ(ଯୋଜନାଭିତ୍ତିକ)ଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଭବିଷ୍ୟତରେ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ମାର୍ଗଦର୍ଶନ କରାଇବେ। କାର୍ଯ୍ୟକ୍ରମରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button