Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଲର୍ଟ

ଭୁବନେଶ୍ୱର, 30 ମେ- କାଳବୈଶାଖୀ ଆଶଙ୍କା । ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଛି । ରାଜଧାନୀ ସହିତ ଯାଜପୁର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ ଏବଂ ବାଲେଶ୍ବର ଜିଲାର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। କାଳବୈଶାଖୀଜନିତ ବର୍ଷା ପବନ ଯୋଗୁଁ ଗୁଳୁଗୁଳିରୁ ଆଶ୍ବସ୍ତି ମିଳିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଜୁନ ୪ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସାରା ରାଜ୍ୟକୁ କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି ହୋଇଛି। କିଛି ଅଞ୍ଚଳରେ ଘଣ୍ଟା ପ୍ରତି ୬୦ରୁ ୭୦କି.ମି. ବେଗରେ ପବନ ବହିବାକୁ ଥିବାବେଳେ ଆଉ କିଛି ଅଞ୍ଚଳରେ ୪୦ରୁ ୫୦କି.ମି. ବେଗରେ ପବନ ବହିପାରେ।

Show More

Related Articles

Back to top button