Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ପବିତ୍ର ମକର ସଂକ୍ରାନ୍ତି

ଭୁବନେଶ୍ୱର, 14 ଜାନୁୟାରୀ – ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି। ଏଥିଲାଗି ସାରା ରାଜ୍ୟ ଉତ୍ସବମୁଖର ହୋଇଉଠିଛି। ଉତ୍ତର ଭାରତରେ ଏହାକୁ ଲୋହରୀ କୁହାଯାଉଥିବା ବେଳେ ଦକ୍ଷିଣ ଭାରତରେ ଏହାକୁ ପୋଙ୍ଗଲ ବୋଲି କୁହାଯାଏ ।

ମକର ସଂକ୍ରାନ୍ତିରେ ସୂର୍ଯ୍ୟ ଉତ୍ତରାୟଣ ଗତି କରିଥାନ୍ତି । ପୃଥିବୀର ଉତ୍ତର ଗୋଲାର୍ଦ୍ଧ ସୂର୍ୟ୍ୟଙ୍କ ଆଡକୁ ଢଳିଥାଏ । ପରମ୍ପରା ଅନୁସାରେ ଏହି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ମକର ସଂକ୍ରାନ୍ତି ପାଇଁ ଆଜି ଘରେ ଘରେ ପ୍ରସ୍ତୁତ ହେଉଛି ମକର ଚାଉଳ। ଲୋକମାନେ ଘରେ ଏହି ମକର ଚାଉଳକୁ ଠାକୁରଙ୍କ ପାଖରେ ଭୋଗ ଲଗାଇବା ସହ ମନ୍ଦିର ମାନଙ୍କରେ ମଧ୍ୟ ସ୍ବତନ୍ତ୍ର ଆୟୋଜନ କରାଯାଉଛି । ମକର ସଂକ୍ରାନ୍ତି ସମୟରେ ଓଡ଼ିଶାରେ ଧାନ, ଆଖୁ ଆଦି ନୂଆ ଫସଲ ଅମଳ ହୋଇଥାଏ । ଏହି ଅବସରରେ ରାଜ୍ୟର ବିଭିନ୍ନ ନଦୀରେ ଶ୍ରଦ୍ଧାଳୁମାନେ ବୁଡ ପକାଇଛନ୍ତି । ମକର ସଂକ୍ରାନ୍ତି ଅବସରରେ ଗୁଡି ଉଡାଇବାର ପରମ୍ପରା ରହିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button