Breaking PLUSଓଡ଼ିଶାମୁଖ୍ୟ ଖବର

୧୮ ଲକ୍ଷ ଭୂମିହୀନ କୃଷକ ପରିବାରକୁ ୩୮୬ କୋଟି ସହାୟତା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 'କାଳିଆ' ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାରଙ୍କୁ ବୁଧବାର ୩୮୬ କୋଟି ଟଙ୍କାର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି । ଏହି ସହାୟତା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯାଇଛି। ଏହାଦ୍ବାରା ୧୮ ଲକ୍ଷ ଭୂମିହୀନ କୃଷକ ପରିବାର ଉପକୃତ ହେବେ। ଏଥିରେ ପ୍ରତ୍ୟେକ ଭୂମିହୀନ ଚାଷୀ କାଳିଆ ଯୋଜନାର କିସ୍ତି ସହିତ ଅତିରିକ୍ତ ଭାବେ ୧୦୦୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ସହାୟତା ପାଇବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘କାଳିଆ’ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାରଙ୍କୁ ବୁଧବାର ୩୮୬ କୋଟି ଟଙ୍କାର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି । ଏହି ସହାୟତା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯାଇଛି। ଏହାଦ୍ବାରା ୧୮ ଲକ୍ଷ ଭୂମିହୀନ କୃଷକ ପରିବାର ଉପକୃତ ହେବେ। ଏଥିରେ ପ୍ରତ୍ୟେକ ଭୂମିହୀନ ଚାଷୀ କାଳିଆ ଯୋଜନାର କିସ୍ତି ସହିତ ଅତିରିକ୍ତ ଭାବେ ୧୦୦୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ସହାୟତା ପାଇବେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚାଷୀ, ଶ୍ରମିକମାନଙ୍କ ପରି ଖଟିଖିଆ ବର୍ଗ ହେଉଛନ୍ତି ଆମ ଅର୍ଥନୀତିର ନାଭିକେନ୍ଦ୍ର । ଏ ସମସ୍ତଙ୍କ ତ୍ୟାଗ ହିଁ ଆମ ଅର୍ଥନୀତିକୁ ସମୃଦ୍ଧ କରିଥାଏ । କୃଷି କ୍ଷେତ୍ରର ସବୁ ସଫଳତା ପଛରେ ଭୂମିହୀନ ଚାଷୀର ତ୍ୟାଗ ଓ ପରିଶ୍ରମ ରହିଛି । ଆମେ ତା’ର ତ୍ୟାଗକୁ ସମ୍ମାନ କରୁ । ତା’ର ସ୍ବାର୍ଥର ସୁରକ୍ଷା ପାଇଁ ଆମ ଲଢ଼େଇ ଜାରି ରହିଛି । ଏମ୍‌.ଏସ୍‌. ସ୍ବାମୀନାଥନ କମିଟିର ସୁପାରିସକୁ କାର୍ଯ୍ୟକାରୀ କରିବା ପାଇଁ ସବୁବେଳେ ଦାବି କରି ଆସିଛି । ଏହା ପୂରଣ ହେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଚାଷୀ ହେଉଛନ୍ତି ଆମର ଗର୍ବ ଓ ଗୌରବ । ତେଣୁ ଚାଷୀ ସ୍ବାର୍ଥର ସୁରକ୍ଷା ସବୁବେଳେ ତାଙ୍କର ପ୍ରାଥମିକତା ହୋଇ ରହି ଆସିଛି। କାଳିଆ ଯୋଜନା ଯୋଗୁ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ପରିବାର ମୁହଁରେ ହସ ଫୁଟିଛି ଓ ମନରେ ଭରସା ଦେଇଛି । ଏଥିପାଇଁ କାଳିଆ ମୋର ସବୁଠାରୁ ପ୍ରିୟ ଯୋଜନା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କୋଭିଡ୍‌ ଲଢ଼େଇରେ ବିଜୟ ପାଇଁ ଚାଷୀମାନେ ସମସ୍ତେ ଟିକା ନେବା ସହିତ କୋଭିଡ୍‌ର ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ ସାହୁ କୃଷି ଓ କୃଷକମାନଙ୍କ ଉନ୍ନତି ପାଇଁ ରାଜ୍ୟ ସରକାର ନେଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିି କୃଷକମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ଼ ନେତୃତ୍ୱର ଉଚ୍ଚ ପ୍ରଶଂସା କରିଛନ୍ତି।
କାର୍ଯ୍ୟକ୍ରମରେ କାଳିଆ ଯୋଜନା ଓ ଭୂମିହୀନ ଚାଷୀମାନଙ୍କ ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓଚିତ୍ର ପ୍ରଦର୍ଶନ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। କୃଷି ବିଭାଗ ସଚିବ ଏସ୍‌ . କେ. ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିବା ବେଳେ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର.କେ. ଶର୍ମା ଏବଂ ୩୦ ଜିଲାର ଭୂମିହୀନ ଚାଷୀମାନେ ଭିଡିଓ କନ୍‌ଫରେନ୍ସ ଜରିଆରେ ଯୋଗ ଦେଇଥିଲେ।

Show More

Related Articles

Back to top button