Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୬ ଜଣଙ୍କ ଜୀବନନେଲା ମହାମାରୀ କରୋନା
କରୋନାରେ ରାଜ୍ୟରେ ଆଉ ୨୬ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ମୃତକମାନଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୫୬କୁ ବୃଦ୍ଧି ପାଇଛି।

କରୋନାରେ ରାଜ୍ୟରେ ଆଉ ୨୬ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ମୃତକମାନଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୫୬କୁ ବୃଦ୍ଧି ପାଇଛି।
ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଅପରପକ୍ଷରେ କଳାହାଣ୍ଡି ଜିଲ୍ଲାରୁ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ତେବେ ଅନୁଗୁଳ, ବାଲେଶ୍ୱର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବୌଦ୍ଧ, ଗଜପତି, କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି ।