Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୬୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ଆଜି ରାଜ୍ୟରେ ୩ ହଜାର ୬୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ରାଜ୍ୟରେ ୩ ହଜାର ୬୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।
ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୨୦୯୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୫୫୨ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୦ ହଜାର ୫୯୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୫୩ ହଜାର ୧୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୩ ହଜାର ୭୭୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୭୧୬ କୁ ବୃଦ୍ଧି ହୋଇଛି।