Breaking PLUSଓଡ଼ିଶାଦେଶଦେଶ ବିଦେଶମୁଖ୍ୟ ଖବର

ଓଡ଼ିଶାର ଶ୍ରୁତି ମହାପାତ୍ରଙ୍କୁ ‘ନାରୀ ଶକ୍ତି ପୁରସ୍କାର’ ପ୍ରଦାନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ:

୨୯ ଜଣ ମହିଳାମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି ।

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାରୀମାନଙ୍କୁ ସମ୍ମାନ ଜଣାଇ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ୨୦୨୦ ଏବଂ ୨୦୨୧ ବର୍ଷ ପାଇଁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରିଛନ୍ତି। ୨୦୨୦ ଏବଂ ୨୦୨୧ ବର୍ଷ ପାଇଁ ଉଲ୍ଲେଖନୀୟ ଏବଂ ପ୍ରଶଂସନୀୟ ଉପଲବ୍ଧି ହାସଲ କରିଥିବା ୨୯ ଜଣ ମହିଳାମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ନାରୀ ସଶକ୍ତିକରଣ, ବିଶେଷ କରି ଦୁର୍ବଳ ଓ ବଞ୍ଚିତ ବର୍ଗଙ୍କ କଲ୍ୟାଣ ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୨୯ ଜଣ ମହିଳାଙ୍କୁ ମୋଟ ୨୮ଟି ପୁରସ୍କାର (୨୦୨୦ ଏବଂ ୨୦୨୧ ବର୍ଷ ପାଇଁ ୧୪ ଜଣ ଲେଖାଏଁ) ରେ ସମ୍ମାନିତ କରାଯାଇଥିଲା । ମହିଳାମାନଙ୍କ ଉପଲବ୍ଧିକୁ ସମ୍ମାନ ଜଣାଇବା ଲାଗି, ନାରୀ ସଶକ୍ତିକରଣ ଓ ସମାଜ କଲ୍ୟାଣ ଦିଗରେ ଯୋଗଦାନ ତଥା ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିଥିବା ପ୍ରଗତିଶୀଳ ମହିଳାମାନଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ, ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରତିବର୍ଷ ସଫଳ ମହିଳା ଓ ମହିଳାଙ୍କ ଉତ୍ଥାନ ପାଇଁ କାର୍ଯ୍ୟ କରୁଥିବା ସଂଗଠନଗୁଡ଼ିକୁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରାଯାଇଥାଏ। କୋଭିଡ-୧୯ ମହାମାରୀ କାରଣରୁ ଦେଖା ଦେଇଥିବା ପରିସ୍ଥିତି ଯୋଗୁ ୨୦୨୦ ଏବଂ ୨୦୨୧ରେ ପୁରସ୍କାର ବିତରଣ ସମାରୋହ ଆୟୋଜିତ ହୋଇପାରିନଥିଲା ।

Show More

Related Articles

Back to top button