Breaking PLUSଓଡ଼ିଶାମୁଖ୍ୟ ଖବର
ରଘୁନାଥପୁରରେ ମୋ ବସ୍ ଧକ୍କାରେ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର- ମୋ ବସ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ଵରର ରଘୁନାଥପୁର ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣକ ପାରିକୁଦ ଅଞ୍ଚଳର ବୋଲି ସୂଚନା ମିଳିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଲୋକେ ବସକୁ ଅଟକ ରଖିଥିଲେ। ଖବର ପାଇ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।



