
କଟକ : ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ମିଲିଛି ବଡ ଆଶ୍ୱସ୍ତି। ଭିଜିଲାନ୍ସ କୋର୍ଟ ଶୁଣାଇଥିବା ଦଣ୍ଡାଦେଶ ଉପରେ ରହିତାଦେଶ ଜାରି କରିଛନ୍ତି ହାଇକୋର୍ଟ। ଓଆରଏଚଡିସି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ବିଧାୟକ ମହମ୍ମଦ ମୋକିମଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଫଳରେ ମୋକିମଙ୍କ ବିଧାୟକ ପଦ ଯିବା ନେଇ ଥିବା ଆଶଙ୍କା ଦୂର ହୋଇଛି। ଗତ ୧୩ ତାରିଖରେ ଶୁଣାଣି ଶେଷ ହୋଇ ହାଇକୋର୍ଟରେ ରାୟ ସଂରକ୍ଷିତ ରହିଥିଲା। ଆସନ୍ତା ଫେବ୍ରୁଆରୀ ୨୨ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ। ଆରଏଚଡିସି ଋଣ ଦୁର୍ନୀତି ମାମଲାରେ ମୋକିମଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ଭିଜିଲାନ୍ସ କୋର୍ଟ ।କଟକ ସଦର ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ପରିଚାଳନା ନିର୍ଦ୍ଦେଶକ ମହମ୍ମଦ ମୋକିମ୍ଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ ଶୁଣାଇଥିଲେ କେର୍ଟ । ମୋକିମ୍ମଙ୍କ ସହିତ ଅନ୍ୟ ୩ ଜଣଙ୍କୁ ମଧ୍ୟ ଜେଲ୍ ଦଣ୍ଡ ଶୁଣାଇଥିଲେ କୋର୍ଟ । ପୂର୍ବତନ ଆଇଏଏସ୍ ବିନୋଦ କୁମାର, ମେଟ୍ରୋ ବିଲ୍ଡରର ନିର୍ଦ୍ଦେଶକ ପିୟୂଷ ମହାନ୍ତି ଏବଂ କମ୍ପାନୀ ସେକ୍ରେଟାରୀ ସ୍ୱସ୍ତି ରଞ୍ଜନ ମହାପାତ୍ରଙ୍କୁ ୩ ବର୍ଷ ଲେଖାଏଁ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଏଥିସହିତ ପ୍ରତ୍ୟେକଙ୍କୁ ୫୦ ହଜାର ଲେଖାଏଁ ଜରିମାନା ମଧ୍ୟ କରିଥିଲେ। ତେବେ ରାୟ ବିରୋଦ୍ଧରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମୋକିମ । ଯାହା ଉପରେ ଗତ ୧୩ ତାରିଖରେ ଶୁଣାଣି ଶେଷ କରିଥିଲେ ହାଇକୋର୍ଟ ଏବଂ ରାୟକୁ ସଂରକ୍ଷିତ ରଖି