
ଆଜି ପଦ୍ମପୁର ଉପନିର୍ବାଚନ ଫଳାଫଳ । ବିଜେଡି ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହା , ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ, କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ସମେତ ୧୦ ଜଣ ପ୍ରାର୍ଥୀ ଭାଗ୍ୟ ହେବ ନିର୍ଦ୍ଧାରଣ । କିଏ ମାରିବ ବାଜିମାତ୍ । ଏଥିପାଇଁ ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି ଭୋଟ ଗଣତି ପ୍ରକ୍ରିୟା । ୭ମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୩୭୬୫୧ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ୨୫୧୦୩ ଖଣ୍ଡ ଭୋଟ ପାଇଛନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ୧୧୩୧ ଖଣ୍ଡ ଭୋଟ ପାଇଥିବା ବେଳେ ଅନ୍ୟାନ୍ୟ ୧୨୭୨ ଖଣ୍ଡ ଭୋଟ ପାଇଛନ୍ତି ।
୭ ରାଉଣ୍ଡ :
ବିଜେଡି : ୫୭୬୫
ବିଜେପି : ୩୯୨୧
କଂଗ୍ରେସ : ୧୬୧
ବିଜେଡି ମୋଟ ୧୨,୫୪୮ ଭୋଟରେ ଆଗୁଆ