Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ବର : ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ଥିଓରି ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେଉଛି । ପ୍ରଥମ ଦିନ ବିଜ୍ଞାନ ବିଭାଗ ଛାତ୍ରଛାତ୍ରୀଙ୍କ ମାତୃଭାଷା(ଓଡ଼ିଆ) ବିଷୟର ପରୀକ୍ଷା ଥିବା ବେଳେ ବୁଧବାରଠାରୁ କଳା ଓ ବାଣିଜ୍ୟ ବିଭାଗ ଛାତ୍ରଛାତ୍ରୀଙ୍କ ପରୀକ୍ଷା ମାତୃଭାଷା(ଓଡ଼ିଆ) ବିଷୟରୁ ଆରମ୍ଭ ହୋଇଛି।

ଚଳିତ ବର୍ଷ ଯୁକ୍ତ୨ରେ ୩ ଲକ୍ଷ ୯୩ହଜାର ୬୧୮ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। କଳାରେ ସର୍ବା‌ଧିକ ୨ଲକ୍ଷ ୪୭ ହଜାର ୩୯୧, ବିଜ୍ଞାନରେ ୧ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬, ଧନ୍ଦାମୂଳକରେ ୫ ହଜାର ୭୨୧ ଜଣ ପରୀକ୍ଷାର୍ଥୀ ରହିଛନ୍ତି। ୧୨୬୭ଟି କେନ୍ଦ୍ର ହୋଇଛି। ପରୀକ୍ଷାର ସୁପରିଚାଳନା ପାଇଁ ୨୦୫ଟି ହବ୍‌ କରାଯାଇଛି।

ସକାଳ ୮ଟା ୩୦ ସୁଦ୍ଧା ସମସ୍ତ ପରୀକ୍ଷା କେନ୍ଦ୍ର‌ରେ ପ୍ରଶ୍ନପତ୍ର ପହଞ୍ଚିଛି । ପୂର୍ବାହ୍ନ ୧୦ଟାରେ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ୯ଟା ୩୦ ସୁଦ୍ଧା ଛାତ୍ରଛାତ୍ରୀ କେନ୍ଦ୍ରରେ ପ୍ରବେଶ କରିଛନ୍ତି । ୯ଟା ୫୦ରେ ପରୀକ୍ଷାର୍ଥୀଙ୍କୁ ଉତ୍ତର ଖାତା ଏବଂ ୯ଟା ୫୫ରେ ପ୍ରଶ୍ନପତ୍ର ଦିଆଯାଇଥିଲା । ପରୀକ୍ଷାରେ ସ୍ବଚ୍ଛତା ରଖିବାକୁ ପାଞ୍ଚ ସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା ହୋଇଛି। ପ୍ରଥମ ଥର ପାଇଁ ଏଥର ଜିଲ୍ଲାସ୍ତରୀୟ ସ୍କ୍ବାଡ୍‌ ଗଠନ ହୋଇଛି। ୩୫ଟି ଜିଲ୍ଲା ସ୍ତରୀୟ ସ୍କ୍ବାଡ୍‌ ଜିଲ୍ଲାରେ ରହିବା ସହ ନିୟମିତ ବ୍ୟବଧାନରେ ସେଣ୍ଟରଗୁଡ଼ିକୁ ଗସ୍ତ କରିବେ ।

ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ପରୀକ୍ଷା ହଲ୍‌କୁ ମୋବାଇଲ୍‌ ଓ ବୈଦ୍ୟୁତିକ ସାମଗ୍ରୀ ନେବା ଉପରେ କଟକଣା ଜାରି ହୋଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button