ଓଡ଼ିଶା

ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପିଏମ ମୋଦି

ଭୁବନେଶ୍ୱର- ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଯାଇଛି । ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ଆକାଉଣ୍ଟକୁ ଯାଇଛି । ବଟନ ଟିପି ଜନତା ମଇଦାନରେ ସ୍ୱତନ୍ତ୍ର ଉତ୍ସବରେ ମୋଦୀ ଏହି ଶୁଭାରମ୍ଭ କରିଛନ୍ତି । ବର୍ଷକୁ ୨ଟି କିସ୍ତିରେ ୧୦ ହଜାର ଟଙ୍କା ମିଳିବା ସହ ୫ ବର୍ଷରେ ୫୦ ହଜାର ଟଙ୍କା ମିଳିବ । ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଖାତାକୁ ଗଲା ‘ସୁଭଦ୍ରା’ଟଙ୍କା।

ସୁଭଦ୍ରା ସହ ଅନ୍ୟାନ୍ୟ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ । ରେଳ, ଆବାସ ସହ ଅନ୍ୟ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ୧ କୋଟିରୁ ଅଧିକ ମହିଳାଙ୍କୁ ‘ସୁଭଦ୍ରା’ ଲାଭ ମିଳିବ ବୋଲି ଆୟୋଜିତ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି । ଏଯାଏଁ ୭୨ ଲକ୍ଷ ଆବେଦନକାରୀ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଛନ୍ତି ।

Show More

Related Articles

Back to top button