Breaking PLUSଓଡ଼ିଶାଦେଶମୁଖ୍ୟ ଖବର
ଭୁବନେଶ୍ୱରରେ ପହଂଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱରରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମଙ୍ଗଳବାର ପୂର୍ବାହ୍ନରେ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆସି ପହଞ୍ଚି ସାରିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ବିମାନବନ୍ଦରରେ ପହଞ୍ଚିବା ପରେ ଜନତା ମଇଦାନ ଅଭିମୁଖେ ପ୍ରଧାନମନ୍ତ୍ରୀ ଗସ୍ତ କରିବେ। ଜନତା ମଇଦାନରେ ଆୟୋଜିତ ହେଉଥିବା ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ।
ଜନତା ମଇଦାନରେ ଜାନୁଆରୀ ୨୮ ଓ ୨୯ ଦୁଇ ଦିନ ଧରି ଉତ୍କର୍ଷ ଓଡିଶା :ମେକ ଇନ ଓଡିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଦେଶର ଶ୍ରେଷ୍ଠ ୫ଟି ଅର୍ଥନୀତି ରାଜ୍ୟ ମଧ୍ୟରେ ଓଡିଶାର ସ୍ଥାନ ପାଇବାର ଲକ୍ଷ୍ୟ ନେଇ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।