Breaking PLUSଓଡ଼ିଶାମୁଖ୍ୟ ଖବର
ଗଂଜାମରେ ପୁଣି ପୋଲିସର ଏନକାଉଂଟର

ବ୍ରହ୍ମପୁର, 25 ମେ – ଗତ ୨୪ ତାରିଖ ଅର୍ଥାତ ରବିବାର ରାତ୍ର ବଡବ୍ଜ଼ାର ଥାନା ଅଞ୍ଚଳର ମଙ୍ଗଳା ବେହେରାଙ୍କୁ ବିଚ ରାସ୍ତାରେ ଅପରାଧୀ ଗୋଷ୍ଟି ଗୋଟିଏ ପରେ ଗୋଟିଏ ଖଣ୍ଡା ଚୋଟ ପକାଇ ବର୍ବରର ସୀମା ଟପିଯାଇଥିବା ଦୃଶ୍ୟ ସୋସିଲ ମିଡିଆରେ ଭାଇରଲ ହୋଇଥିଲା। ଯାହାକି ପୁଲିସ ପାଇଁ ଖୋଲା ଚ୍ୟାଲେଞ୍ଜ ହୋଇଥିଲା। ଅପରାଧୀ ମାନଙ୍କ କାଉଣ୍ଟର ଆକ୍ରମଣର ପୁଲିସ ଜବାବ ଦେବାକୁ ଯାଇ ରବିବାର ବିଳମ୍ବିତ ରାତ୍ର ଜଗା ଓରଫ ଜଗନ୍ନାଥ ସାହୁଙ୍କୁ ଗୁଳି କରିଛି।
ଜଗାର ଦୁଇ ଗୋଡ଼ରେ ଦୁଇଟି ଗୁଳି ବାଜିଥିବାରୁ ତାଙ୍କୁ ଏବେ ଏମକେସିଜି ମେଡିକାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ସେ ଏବେ ପୁଲିସ ହେପାଜତରେ ଚିକିତ୍ସାଧୀନ ରହିଛନ୍ତି। ବିଗତ ୯ଦିନରେ ତିନୋଟି ବର୍ବର କାଣ୍ଡରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କୁ ପୁଲିସ ଏବେ ଗୁଳି କରିସାରିଛି।



