Breaking PLUSଓଡ଼ିଶାମୁଖ୍ୟ ଖବର

ଜିରୋ ନାଇଟ୍ ସେଲିବ୍ରେସନ୍,ସୁରକ୍ଷାରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ

ଭୁବନେଶ୍ୱର- ଜିରୋ ନାଇଟ୍ ସେଲିବ୍ରେସନ୍ । କମିସନରେଟ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ପୋଲିସ କମିସନର ସୁରେଶ ଦେବଦତ୍ତ ସିଂଙ୍କ ସୂଚନା । ସୁରକ୍ଷାରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ । ‘ନିଜ ଥାନା ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବେ ସମସ୍ତ ଥାନା ଅଧିକାରୀ । ଅଗ୍ନିଶମ ବାହିନୀ ପକ୍ଷରୁ ମଧ୍ୟ ସରିଛି ଯାଞ୍ଚ ପ୍ରକ୍ରିୟା । ସୁରକ୍ଷିତ ସହ ଲୋକେ କିଭଳି ସେଲିବ୍ରେସନ କରିବେ ସେଥିପ୍ରତି ଗୁରୁତ୍ୱ । ମଦ୍ୟପ ଗାଡ଼ି ଚାଳକଙ୍କ ଉପରେ ନଜର ରହିବ ।ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ବାର୍‌, ରେଷ୍ଟୁରାଣ୍ଟ ମାଲିକଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ମହିଳାଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଇଛି କମିସନରେଟ୍‌ ପୋଲିସ । ନିର୍ଦ୍ଧାରିତ ସମୟ ସୀମା ଭିତରେ କାର୍ଯ୍ୟକ୍ରମ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button