Breaking PLUSଓଡ଼ିଶାମୁଖ୍ୟ ଖବର
ଓଡ଼ିଶା ପାଇଲା ପ୍ରଥମ ମହିଳା ବାଚସ୍ପତି

ଭୁବନେଶ୍ୱର: ଓଡ଼ିଶା ପାଇଲା ପ୍ରଥମ ମହିଳା ବାଚସ୍ପତି । ବାଚସ୍ପତି ଭାବେ ପ୍ରମିଳା ମଲ୍ଲିକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଅନ୍ୟ କେହି ନାମାଙ୍କନ ଭରିନଥିବାରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ।
ଗୃହରେ ଉପ ବାଚସ୍ପତି ବିଧିବଦ୍ଧ ଭାବେ ଘୋଷଣା କରିଥିଲେ ପ୍ରମିଳାଙ୍କ ନାଁ । ତାପରେ ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପ୍ରମିଳା ମଲ୍ଲିକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିରୋଧୀ ବିଜେପି ପକ୍ଷରୁ ମୁଖ୍ୟ ସଚେତକ ମୋହନ ମାଝି ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ନୂତନ ବାଚସ୍ପତିଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।