୧୯ରେ ରାଷ୍ଟ୍ରପତି, ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, 2 ଜୁନ- ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ପ୍ରଧାନମନ୍ତ୍ରୀ ଆସିବେ ବୋଲି ସୂଚନା ଦେଇଛନ୍ତି ଏମପି ନବଚରଣ ମାଝୀ । ଓଡ଼ିଶା ଗସ୍ତ ନେଇ ରାଷ୍ଟ୍ରପତି ଭବନରୁ ଖବର ଆସିଥିବା ଏମପି କହିଛନ୍ତି ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୯ ତାରିଖରେରେ ରାଇରଙ୍ଗପୁର ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଇରଙ୍ଗପୁର ଆସିବା ନେଇ ସୂଚନା ରହିଛି । ରାଇରଙ୍ଗପୁରରେ ନବନିର୍ମିତ ଷ୍ଟାଡିୟମ୍ ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ।
କହିରଖୁଛୁ କି, ରାଜ୍ୟରେ ଭାଜପା ସରକାରକୁ ଦୁଇ ବର୍ଷ ପୂର୍ତ୍ତି ହେବାକୁ ଯାଉଥିବା ବେଳେ ଏଥିରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିମନ୍ତ୍ରଣ ରକ୍ଷା କରି ପ୍ରଧାନମନ୍ତ୍ରୀ ୧୨ରୁ ୨୦ ତାରିଖ ଭିତରେ ଓଡ଼ିଶା ଆସିବା ନେଇ ଚର୍ଚ୍ଚା ହେଉଥିଲା । ଏହାରି ଭିତରେ ଆଜି ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଏମପି ନବଚରଣ ମାଝୀ ଏକ ପ୍ରକାର ସ୍ପଷ୍ଟ କରିଛନ୍ତି ।



