Breaking PLUSଦେଶମୁଖ୍ୟ ଖବର

ଓଡ଼ିଶା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, ୦୧ ଏପ୍ରିଲ –  ଆଜି ଓଡ଼ିଶା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଷ୍ଟ୍ରପତି କହିଛନ୍ତି ଯେ, ଓଡ଼ିଶା ଦିବସ ଉପଲକ୍ଷେ ଓଡ଼ିଶାବାସୀ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା । ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ସୁପ୍ରାଚୀନ ପରମ୍ପରା ତଥା ଓଡ଼ିଶାବାସୀଙ୍କ ଧୈର୍ଯ୍ୟ ଓ ସହନଶୀଳତାର ସ୍ୱାକ୍ଷର ବହନ କରେ ଏହି ଦିବସ । ଦେଶର ସ୍ୱାଧୀନତା ସଂଗ୍ରାମ ଏବଂ ରାଷ୍ଟ୍ରଗଠନରେ ଓଡ଼ିଶାର ଅମୂଲ୍ୟ ଯୋଗଦାନ ଆମ ସମସ୍ତଙ୍କୁ ସବୁବେଳେ ପ୍ରେରଣା ଦେଇଆସିଛି । ବିକଶିତ ଭାରତ ନିର୍ମାଣରେ କୁଶଳ ଏବଂ କର୍ମଠ ଓଡ଼ିଶାବାସୀଙ୍କ ଭୂମିକା ବେଶ୍ ଉଲ୍ଲେଖନୀୟ । ଆଜିର ଏହି ଶୁଭ ଅବସରରେ ଓଡ଼ିଶାବାସୀଙ୍କ ସୁଖ-ସମୃଦ୍ଧି ଓ ମଙ୍ଗଳ ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ପ୍ରାର୍ଥନା କରୁଅଛି ।

Show More

Related Articles

Back to top button