Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ପରିଚାଳିତ ପରୀକ୍ଷାରେ ତ୍ରୁଟି

ଭୁବନେଶ୍ୱର- ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (OSSC) ଏବଂ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ସାମ୍ନାକୁ ଆସିଛି । ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ କର୍ତ୍ତୃପକ୍ଷ ତ୍ରୁଟି ସ୍ବୀକାର କରିବା ସହ ନୋଟିସ୍ ଜରିଆରେ ତ୍ରୁଟି ସ୍ବୀକାର କରିଛନ୍ତି ଓପିଏସସି କର୍ତ୍ତୃପକ୍ଷ । OSSC ପରୀକ୍ଷାରେ ତ୍ରୁଟିକୁ ସ୍ବୀକାର କରି ଦୁଃଖ ପ୍ରକାଶ ସହ ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ ବିଚାର କରୁଥିବା ଜଣାଇଛନ୍ତି କର୍ତ୍ତୃପକ୍ଷ । ଆଜି ଏକ୍ସାଇଜ୍‌ ଓ ଟ୍ରାଫିକ୍‌ ଏସ୍‌ଆଇ ପରୀକ୍ଷା ଥିଲା । ମାତ୍ର ସିଜିଏଲ୍‌ରୁ ପ୍ରଶ୍ନ ଆସିଥିବା ପରୀକ୍ଷାର୍ଥୀଙ୍କ ଅଭିଯୋଗ ହୋଇଥିଲା । ଏତେବଡ଼ ପରୀକ୍ଷାରେ ତ୍ରୁଟିକୁ ନେଇ ପରୀକ୍ଷାର୍ଥୀ ହତାଶ ହୋଇଛନ୍ତି । ଅନ୍ୟପଟେ ଆଜି ଓସିଏସ୍ ମେନ୍ ୨୦୨୩ର ଆନ୍‌ଥ୍ରୋପୋଲୋଜିର ୨ଟି ପେପର ଥିଲା । ପୂର୍ବାହ୍ନ ୯ରୁ ୧୨ଟା ଆନ୍‌ଥ୍ରୋପୋଲୋଜି ପ୍ରଥମ ପେପର ପରୀକ୍ଷା ଥିଲା । ଅପରାହ୍ନ ୨ଟାରୁ ୫ଟା ଆନ୍‌ଥ୍ରୋପୋଲୋଜି ଦ୍ବିତୀୟ ପେପର୍‌ ପରୀକ୍ଷା ଥିଲା । କିନ୍ତୁ ପ୍ରଥମ ପେପର ପରୀକ୍ଷାରେ କିଛି ପ୍ରଶ୍ନ ଦ୍ବିତୀୟ ପେପରରୁ ଆସିଥିବାବେଳେ ଦ୍ବିତୀୟ ପେପର ପରୀକ୍ଷାରେ ପ୍ରଥମ ପେପର କିଛି ପ୍ରଶ୍ନ ଆସିଥିଲା । ପ୍ରଥମ ସିଟିଂ ପରୀକ୍ଷା ପରେ ପରୀକ୍ଷାର୍ଥୀ ଅସନ୍ତୋଷ ପ୍ରକାଶ କରିଥିଲେ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button