Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ

ପୁରୀ: ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ।ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ଏସ୍ପି ରହିବେ ଉପସ୍ଥିତ । ପରିଚାଳନା କମିଟିର ସମସ୍ତ ସଦସ୍ୟଙ୍କ ସହ ବରିଷ୍ଠ ଅଧିକାରୀ ରହିବେ ଉପସ୍ଥିତ । ମହାପ୍ରଭୁଙ୍କ ରତ୍ନ ଭଣ୍ଡାର ଗଣତି ମଣତି ନେଇ ହେବ ବିସ୍ତୃତ ଆଲୋଚନା । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ନେଇ ହେବ ଆଲୋଚନା ।



