
ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା ବେଳେ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ୨୪ ଘଣ୍ଟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେଉଁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ରାୟଗଡାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ସେହିପରି ମୟୂରଭଞ୍ଜ, ବାଲେଶ୍ୱର, କେଉଁଝର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଥିନେଇ ଏହି ସମସ୍ତ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସେହିପରି ୨୭ ତାରିଖ ସକାଳଠାରୁ ୨୮ ତାରିଖ ସକାଳ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେଉଁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରି ଓ ରାୟଗଡାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ, ଖୋର୍ଦ୍ଧା, ବୌଦ୍ଧ, ଅନୁଗୁଳ, ବଲାଙ୍ଗୀର, କଟକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।