Breaking PLUSଓଡ଼ିଶାମୁଖ୍ୟ ଖବର
ତାତିରେ ଲାଗିବ ବ୍ରେକ, 4ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର-୪ ଜିଲାରେ ବର୍ଷିବ। ବିଜୁଳି ଘଡଘଡି ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ୩ ଘଣ୍ଟାରେ ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୪୦- ୫୦ କିମି ବେଗରେ ପବନ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଫଳରେ ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମ ପ୍ରବାହରେ ବ୍ରେକ ଲାଗିବ ବୋଲି ଅନୁମାନ କରାଯାଉଛି ।