Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତା ୨୪ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା

ଭୁବନେଶ୍ବର : ପଶ୍ଚିମାଝଡ଼ ପ୍ରଭାବରେ ଦୁଇଦିନ ହେଲା ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଗୁରୁବାର ରାତିରେ ଭୁବନେଶ୍ବର ସମେତ କଟକ, କେନ୍ଦୁଝର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ‌ଢେଙ୍କାନାଳ, ରାଉରକେଲା, ‌ଖୋର୍ଦ୍ଧା , ଅନୁଗୋଳ, ପୁରୀ ଏବଂ ଜଗତସିଂହପୁର ଜିଲାର ଅନେକ ସ୍ଥାନରେ ବର୍ଷା ହୋଇଛି। ଶୁକ୍ରବାର ଅପରାହ୍ଣରେ ଅନୁଗୋଳର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇଥିଲା। ଅନୁରୂପ ଭାବେ କେନ୍ଦ୍ରାପଡ଼ାର ରାଜନଗର ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିବାବେଳେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିଥିଲା।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ଯେ, ଆସନ୍ତା ୨୪ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଏବଂ ବାଲେଶ୍ବର ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button