ଉତ୍ତରପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । ପ୍ରଭାବରେ ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଯିବ ବର୍ଷା । ଏଥିପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଆଜି ପ୍ରବଳ ବର୍ଷା ପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କାଲିଠୁ ବଢିବ ବର୍ଷାର ପରିମାଣ ଓ ବିସ୍ତୃତି । ୩ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା।ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲା ଓ ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି। ୫ତାରିଖରେ ମଧ୍ୟ ଜାରି ରହିବ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା।