Breaking PLUSଓଡ଼ିଶାମୁଖ୍ୟ ଖବର

15 ଯାଏ ରାଜ୍ୟରେ ବର୍ଷା

ଭୁବନେଶ୍ବର-  ମୌସୁମୀ ନିମ୍ନଚାପରେଖା ପ୍ରଭାବରେ ରାଜ୍ୟରେ ସାମାନ୍ୟ ବର୍ଷା ହୋଇଛି। ଆଜି  ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବର୍ତ୍ତମାନ ମ୍ୟାଁମାରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨ ଦିନ ମଧ୍ୟରେ ଏହା ବାଂଲାଦେଶ ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଆଡ଼େ ମୁହାଁଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ୧୫ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button