Breaking PLUSଓଡ଼ିଶାମୁଖ୍ୟ ଖବର

କିଛି ଲୋକଙ୍କୁ ଦଳର ସଂଗଠନକୁ ହାଇଜ୍ୟାକ୍ କରିବାକୁ ଦିଆନଯାଉ- ରାଜା ସ୍ୱାଇଁ

ଭୁବନେଶ୍ବର: ସାଂଗଠନିକ ନିର୍ବାଚନ ଭିତରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ। ଏହି ଚିଠି ଦଳୀୟ ମହଲରେ ଆଲୋଡ଼ନ ସୃଷ୍ଟି କରିଛି। ସଂଗଠନରେ ସଂରକ୍ଷଣ କରିବାକୁ ସେ ସଭାପତିଙ୍କୁ ପ୍ରସ୍ତାବ ଦେଇଛନ୍ତି । ସେ ଆହୁରି ଲେଖିଛନ୍ତି ବିଜେଡି ସାମାଜିକ ନ୍ୟାୟ, ଧର୍ମନିରପେକ୍ଷତା ଓ ଆଞ୍ଚଳିକ ସନ୍ତୁଳନକୁ ନେଇ ଆଗକୁ ବଢ଼ିବା ଉଚିତ। ଏସ୍‌ସି, ଏସ୍‌ଟି, ଓବିସି, ସଂଖ୍ୟାଲଘୁ ଓ ମହିଳାଙ୍କୁ ସେମାନଙ୍କ ସଂଖ୍ୟା ଅନୁପାତରେ ବିଜେଡିର ରାଜ୍ୟ, ଜିଲ୍ଲା ଓ ବ୍ଳକ୍ କମିଟିରେ ସ୍ଥାନ ମିଳୁ । କିଛି ଲୋକଙ୍କୁ ଦଳର ସଂଗଠନକୁ ହାଇଜ୍ୟାକ୍ କରିବାକୁ ଦିଆ ନଯାଉ । ସେ ଏହା ବି ସତର୍କ କରାଇ ଦେଇଛନ୍ତି, ୱାକଫ୍ ବିଲ୍‌ ବିବାଦ ଆମର ଧର୍ମନିରପେକ୍ଷତାରେ ପ୍ରଶ୍ନ ଚିହ୍ନ ଲଗାଇ ଦେଇଛି । ତେଣୁ ଧର୍ମନିରପେକ୍ଷ ଓ ସାମାଜିକ ନ୍ୟାୟ ଆଦର୍ଶକୁ ଉଜ୍ଜୀବିତ ରଖିବାକୁ ଉଚିତ ପଦକ୍ଷେପ ନିଆଯାଉ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button