Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରୋନା
ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ କରୋନା (କୋଭିଡ୍-୧୯)ରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ କରୋନା (କୋଭିଡ୍-୧୯)ରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
ସୂଚନା ଅନୁଯାୟୀ, ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ବୁଧବାର ଦିନ ଦିଲ୍ଲୀରୁ ଭୁବନେଶ୍ବର ଫେରିଥିଲେ। ଗୁରୁବାର ସକାଳେ ସେ ବରଗଡ଼ସ୍ଥିତ ନିଜ ବାସଭବନକୁ ଯାଇଥିଲେ। ଅସୁସ୍ଥ ଅନୁଭବ କରିବାରୁ ଚିକିତ୍ସା ପାଇଁ ତାଙ୍କୁ ବରଗଡ଼ ବିକାଶ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ତାଙ୍କର କୋଭିଡ୍ ଟେଷ୍ଟ କରାଯିବାରୁ ରିପୋର୍ଟ ପଜିଟିଭ ଆସିଥିଲା। ଏବେ ତାଙ୍କର ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି। ତେବେ ସନ୍ଧ୍ୟା ସୁଦ୍ଧା ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯିବ ବୋଲି ତାଙ୍କ ପୁତୁରା ତଥା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ସୂଚନା ଦେଇଛନ୍ତି।