Breaking PLUSଓଡ଼ିଶାମୁଖ୍ୟ ଖବର

କାଲିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି

ପୁରୀ, 10 ମେ- ଆସନ୍ତାକାଲିଠାରୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି ମଣତି। ୨ ଦିନ ଧରି ଗଣତି ମଣତି କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଆସନ୍ତାକାଲିଠାରୁ ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ।

ବାହାର ଚନ୍ଦନ ଯାତ୍ରା ପାଇଁ ଗଣତି ମଣତି କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ।  ଏପ୍ରିଲ୍ ୧୪ ତାରିଖରୁ ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଆରମ୍ଭ କରାଯାଇ ପ୍ରାୟ ଶହେରୁ ଉର୍ଦ୍ଧ୍ବ ଅଳଙ୍କାରର ଗଣତି କାର୍ଯ୍ୟ ଶେଷ ହୋଇଛି।

Show More

Related Articles

Back to top button